ଓଡିଶା

ଖୋର୍ଦ୍ଧାରୁ ସର୍ବାଧିକ ୪୮୨ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୬୮୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୫୭୬ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୧୨୧ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲାରୁ ଏହି ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୨ ରହିଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୨୪୬୮୩୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୮୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୬୯୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୬୬୪୬୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

କୃଷି ପାଇଁ ଓଡିଶା ଶେଷ୍ଠ ରାଜ୍ୟ ପୁରସ୍କାରରେ ସମ୍ମାନିତ

mahabharatanews

ଆଜିଠୁ ସିଧାସଳଖ ଉଡ଼ିବ ଭୁବନେଶ୍ୱର-ଦୁବାଇ ବିମାନ 

mahabharatanews

୧୦ତମ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭୋଟର ଦିବସ ପାଳିତ

mahabharatanews