ଓଡିଶା

ରାଜ୍ୟରେ କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହେଉଥିବା ବେଳେ କିନ୍ତୁ କରୋନାଜନିତ ମୃତ୍ୟୁରେ କୌଣସି ପରିବର୍ତ୍ତନ ଆସିନାହିଁ । ଗତ ୨୪ ଘଣ୍ଟା ମଧରେ ୧୮ କରୋନା ସଂକ୍ରମିତଙ୍କ ଜୀବନ ନେଇଛି ଏହି ମହାମାରୀ ଭୂତାଣୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୨୫୪୬୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨୫୯୫୪ ଚିକିତ୍ସିତ ହେଉଥିବା ବେଳେ ୨୨୭୬୧୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗରେ ହୋଇଛି ।

Related posts

ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ମୁଖ୍ୟାଳୟ ପରିଦର୍ଶନ

mahabharatanews

କଟକରୁ ହଟିଲା ସଟଡାଉନ, ରହିବ ରାତି କର୍ଫ୍ୟୁ

mahabharatanews

ସ୍ବାଧୀନ ଭାବେ ବାଲେଶ୍ବରରୁ ଲଢ଼ିବେ ଖାରବେଳ ସ୍ବାଇଁ

mahabharatanews