ଓଡିଶା

ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତିରେ ପରିବର୍ତ୍ତନର ଚିହ୍ନ ନାହିଁ । କିଛି ଦିନ ଧରି କରୋନାଜନିତ ମୃତ୍ୟୁସଂଖ୍ୟା ୧୬-୧୭ ମଧ୍ୟରେ ରହି ଆସୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

Related posts

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପ୍ରସ୍ତୁତି ଆରମ୍ଭ।

mahabharatanews

ପୋଲିସ ବିଭାଗରେ ବଡ ଧରଣର ଅଦଳବଦଳ

mahabharatanews

ନାମାଙ୍କନ ପତ୍ର ଦାଖଲ କଲେ ଉପବାଚସ୍ପତି ପାର୍ଥି 

mahabharatanews