ଓଡିଶା

ଆଉ ୩ ଦିନ ବର୍ଷିବ

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୩ ଦିନ ଧରି ବର୍ଷା ହେବା ଅନୁମାନ କରୁଛି ଭୁବନେଶ୍ୱର ପାଣିପାଗ ବିଭାଗ । ଏଥିନେଇ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ମୁଖ୍ୟତଃ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା ଅଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଏହି ଲଘୁଚାପ ଜନିତ ବର୍ଷା ପାଇଁ ଗଞ୍ଜାମ, ଗଜପତି, ପୁରୀ, ଜଗତସିଂପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ଆସନ୍ତାକାଲି ପାଇଁ ଗଞ୍ଜାମ ଏବଂ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ସ୍ଥାନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଅନୁମାନ କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ମନା କରାଯାଇଛି ।

Related posts

ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଘ ପକ୍ଷରୁ”ବୀର ସଲେ”କାର୍ୟ୍ୟକ୍ରମ

mahabharatanews

କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ସର୍ବ ସାଧାରଣରେ ହତ୍ୟା ଧମକ, ଥାନାରେ ଅଭିଯୋଗ

mahabharatanews

ସୋନିଆଙ୍କ ଜନ୍ମଦିନରେ ମୋଦିଙ୍କ ଶୁଭେଚ୍ଛା

mahabharatanews