ଓଡିଶା

ରାଜ୍ୟରେ ୧୫୧୦ଛୁଇଁଲା କରୋନାଜନିତ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ କରୋନା ମୃତ୍ୟୁରେ କିନ୍ତୁ ଲାଗୁ ନାହିଁ ରୋକ । ଗତ ୨୪ ଘଣ୍ଟାରେ ୯୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ଏବେ ସୁଦ୍ଧା ରାଜ୍ୟରେ ୫୨୧୯୦୧୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ମୋଟ ୩୦୭୯୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧୦୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୫୨୪୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି।

By shila

Related posts

ମାଓବାଦୀଙ୍କ କ୍ୟାମ୍ପ ପାଲଟିଲା ପୋଲିସ ଆଶ୍ରୟସ୍ଥଳୀ

mahabharatanews

ଆସନ୍ତାକାଲିଠୁ ବଦଳିବ ପାଗ 

mahabharatanews

ଫୁଲୁଛି ମହାନଦୀ ,୧୦ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ

mahabharatanews