ଓଡିଶା

ରାଜ୍ୟରେ ୧୫୧୦ଛୁଇଁଲା କରୋନାଜନିତ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ କରୋନା ମୃତ୍ୟୁରେ କିନ୍ତୁ ଲାଗୁ ନାହିଁ ରୋକ । ଗତ ୨୪ ଘଣ୍ଟାରେ ୯୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ଏବେ ସୁଦ୍ଧା ରାଜ୍ୟରେ ୫୨୧୯୦୧୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ମୋଟ ୩୦୭୯୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧୦୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୫୨୪୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି।

By shila

Related posts

ବ୍ରିଜ ଉପରେ ଆଧାରକାର୍ଡ ରଖି କାଠଯୋଡ଼ିକୁ ଡେଇଁ ପଡ଼ିଲେ ଦମ୍ପତି

mahabharatanews

ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ, ୩ ବଖରା ଘର ପୋଡି ପାଉଁଶ

mahabharatanews

ଆଗାମୀ ୭୨ ଘଣ୍ଟା ଶିଶୁକନ୍ୟା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ 

mahabharatanews