ଓଡିଶା

ନେତାଜୀ ଟର୍ମିନାଲର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କଟକ: ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ ଅବସରରେ କଟକର ଖାନନଗରରେ ପ୍ରସ୍ତାବିତ ଅତ୍ୟାଧୁନି କବସ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଟର୍ମିନାଲକୁ ନେତାଜୀଙ୍କ ନାମରେ ନାମିତ କରାଯାଇଛି । ୧୨ ହଜାର ବର୍ଗମିଟର ପରିମିତ ଜମିରେ ୬୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଯାଉଛି ନେତାଜୀ ଟର୍ମିନାଲ । ଏହି ବସ୍ ଟର୍ମିନାଲରେ ୧୮୦ ବସ୍, ୨୭୫ଟି କାର ପାର୍କିଂର ବ୍ୟବସ୍ଥା କରାଯାଉଛି । ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ କଟକସ୍ଥିତ ଜାନକୀନାଥ ଭବନ ଯାଇ ସେଠାରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନେତାଜୀ ଏହି କଟକ ମାଟିର ପୁଅ । ଏହି କଟକରେ ଜନ୍ମ ହୋଇଥିଲେ ଓ ବଡ ମଧ୍ୟ ହୋଇଥିଲେ । ଏହି କଟକ ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା । ତେଣୁ ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଭାବରେ ବର୍ଷ ବ୍ୟାପୀ କାର୍ଯ୍ୟକ୍ରମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଯେତେବେଳେ ବି ନେତାଜୀଙ୍କ ଜନ୍ମସ୍ଥାନକୁ ଯାଇଛନ୍ତି, ସେତେବେଳେ ସେ ଭାବୁକ ହୋଇଯାନ୍ତି । ଦେଶ ପାଇଁ ଓ ଜାତି ପାଇଁ ନେତାଜୀଙ୍କ ଅସୀମ ତ୍ୟାଗକୁ କେହି କେବେ ଭୁଲିପାରିବ ନାହିଁ ବୋଲି ସେ କରିଥିଲେ । ଭାରତର ସ୍ବାଧୀନତା ସଂଗ୍ରାମକୁ ଶକ୍ତିଶାଳୀ କରିବାରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ନେତାଜୀଙ୍କ ଦେଶଭକ୍ତି ଓ ସାହସ ଭାରତ ଇତିହାସରେ ଏକ ଗୌରବମୟ ଗାଥା ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଟକ ନେତାଜୀ ବସ୍‌ ଟର୍ମିନାଲକୁ ଦେଶର ଏକ ମଡେଲ ବସ୍‌ ଟର୍ମିନାଲ ଭାବରେ ଗଢାଯିବ । ଏଠାକୁ ଆସୁଥିବା ସମସ୍ତଙ୍କ ମନରେ ନେତାଜୀଙ୍କ ସ୍ମୃତି ଯେପରି ଜାଗ୍ରତ ହୋଇପାରିବ, ସେଥିପାଇଁ ପଦକ୍ଷେପ ନିଆଯିବ। ନେତାଜୀଙ୍କର ଜୀବନୀ ଓ ସଂଗ୍ରାମର ଝଲକ ସବୁଠାରେ ଦେଖିବାକୁ ମିଳିବ ଏବଂ ଏଠାକୁ ଆସୁଥିବା ପ୍ରତିଟି ଲୋକ ନେତାଜୀଙ୍କ ସାହସ ଓ ଦେଶଭକ୍ତିର ବାର୍ତ୍ତା ନେଇ ଫେରିବ । ଏହି ବସ୍‌ ଟର୍ମିନାଲ ହଜାର ବର୍ଷର ସହର କଟକର ଗରିମାକୁ ଆହୁରି ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।  ନେତାଜୀଙ୍କୁ ଭାରତମାତାର ଅମୂଲ୍ୟ ରତ୍ନ ଭାବରେ ବର୍ଣ୍ଣନା କରି ତାଙ୍କର ଦୃଢ ନେତୃତ୍ବ, ସାହସ ଓ ଅତୁଳନୀୟ ଦେଶଭକ୍ତି ପାଇଁ ସେ ପ୍ରତିଟି ଭାରତୀୟଙ୍କ ହୃଦୟରେ ଅମର ହୋଇ ରହିବେ ବୋଲି ବର୍ଣ୍ଣନା କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଥିଲେ ।

 

 

Related posts

ବାଲୁକା କଳାରେ କରୋନା ବିରୁଦ୍ଧରେ ଲଢେଇ ପାଇଁ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଆହ୍ୱାନ

mahabharatanews

ପଞ୍ଚାୟତ ରାଜ ଦିବସକୁ ବିଜେପି ବିରୋଧ

mahabharatanews

ଚାଳଘର ସାହିତ୍ୟ ସଂସଦ ପକ୍ଷରୁ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୧ ହଜାର ସହାୟତା

mahabharatanews