ଓଡିଶା

ବେରବୋଇରେ ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ କରାଯିବ, ମଡେଲ ସ୍କୁଲ ସ୍ଥାପନ ହେବ

ଭୁବନେଶ୍ୱର: ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପାଳନ କରୁଛେ । ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧୀଜୀ ପ୍ରଥମେ ଓଡିଶା ଆସିଥିଲେ । ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଆସିଥିଲେ ଏବଂ ଏହିଠାରେ କୃଷି ଓ ଗ୍ରାମୋଦ୍ୟୋଗର ପ୍ରଦର୍ଶନୀରେ ଭାଗ ନେଇଥିଲେ । ଗାନ୍ଧୀଜୀଙ୍କ ଆଦର୍ଶ ସବୁବେଳେ, ବିଶେଷ କରି ବର୍ତ୍ତମାନ ସମୟରେ ଆମ ପାଇଁ ଖୁବ ଜରୁରୀ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଅରେ ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧରଣଙ୍କ ସହ ଆଲୋଚନା କରିବା ଅବସରରେ ଏହା କହିଛନ୍ତି । ଏହି ଅବସରରେ ବେରବୋଇରେ ଏକ ଆଦର୍ଶ ବିଦ୍ୟାଳୟ ତଥା ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆଜି ପିପିଲି- ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ରାସ୍ତାଘାଟ ଠାରୁ ଆରମ୍ଭ କରି ଜଳସେଚନ, ଷ୍ଟାଡିୟମ, ସେତୁ, ବସ୍ଷ୍ଟାଣ୍ଡ ଆଦି ବିଭିନ୍ନ ବିକାଶ କାମ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ସବୁବେଳେ ଗାଁ ର ବିକାଶ ଉପରେ ଫୋକସ୍ କରିଆସିଛନ୍ତି । କରୋନା ଲକ୍ଡାଉନ ସମୟରେ ମିଶନ ଶକ୍ତି ଓ ଚାଷୀଭାଇଙ୍କ କାର୍ୟ୍ୟକ୍ରମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ସମୟରେ ଆମର ମିଶନ ଶକ୍ତିର ମା’ ମାନେ ବହୁତ ଭଲ କାମ କରିଛନ୍ତି। ଆମର ଚାଷୀ ଭାଇମାନେ ମଧ୍ୟ ଲକ୍ ଡାଉନ ସମୟରେ କରୋନାକୁ ଭୟ ନ କରି ଚାଷ କାମ ଜାରି ରଖିଥିଲେ । ଚାଷୀ ଭାଇର ପରିଶ୍ରମ ଯୋଗୁ ଦେଶର ଅର୍ଥନୀତି ଆଜି ବଞ୍ଚି ରହିଛି ବୋଲି ସେ ପ୍ରକାଶ କରିଥିଲେ ।
ଏହି ଅବସରରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ସ୍ମୃତି ଚାରଣ କରିଥିଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରୁ କାର୍ୟ୍ୟକ୍ରମରେ ଯୋଗ ଦେଇ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମା ସମଗ୍ର ପୁରୀ ଜିଲ୍ଲାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ । ପିପିଲିଠାରେ ଆୟୋଜିତ ସଭାରେ ଉଦ୍ବୋଧନ ଦେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ପିପିଲି ସମେତ ସମଗ୍ର ପୁରୀ ଜିଲ୍ଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଡେଲାଙ୍ଗଠାରେ ଆୟୋଜିତ ସମାବେଶରେ ଯୋଗଦେଇ କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ପୁରୀ ଜିଲ୍ଲାର ବିକାଶରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି ବୋଲି କହିଥିଲେ ।
ଏହି ଅବସରରେ ପିପିଲିଠାରେ ୧୭୬୧ ଜଣଙ୍କୁ ରାସନ କାର୍ଡ, ୩୦୫୯ ଜଣଙ୍କୁ ଭତ୍ତା ଏବଂ ଭିନ୍ନକ୍ଷମ ମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା । ସେହିପରି ଡେଲାଙ୍ଗଠାରେ ୩୨୦ ଜଣଙ୍କୁ ରାସନ କାର୍ଡ, ୧୨୩୦ ଜଣଙ୍କୁ ଭତ୍ତା ଏବଂ ୨୦ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିଲା । ପିପିଲି ବଡକଣ୍ଟି ଗ୍ରାମର ହିତାଧିକାରୀ ପ୍ରମୋଦିନୀ ମାଝୀ ଏବଂ ଡେଲାଙ୍ଗର ପ୍ରମୋଦ ଭୋଇ ହିତାଧିକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ କାର୍ୟ୍ୟକ୍ରମ ସଞ୍ଚାଳନ କରିଥିଲେ ।

Getting contraception when you live abroad How to remain protected. cialis malaysia Australia – Health Australia.

Related posts

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି: ୪ ସହରରେ ତାପମାତ୍ରା ୪୪ ଡିଗ୍ରୀ ପାର

mahabharatanews

‘କୋଣାର୍କ ଓଡ଼ିଶା ପରିବାର’ର ବନ୍ଧୁମିଳନ କାର୍ଯ୍ୟକ୍ରମ

mahabharatanews

ବସ ଓ ଟ୍ରକ ଧକ୍କା: ୩ ଚାଳକ ଗୁରୁତର

mahabharatanews