ଓଡିଶା

ୟେଲୋ ୱାରିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆଜି ରାଜ୍ୟର ୧୧ ଜିଲ୍ଲାକୁ ୩ ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ କିଛିଦିନ ଧରି ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହୁଛି । ତେବେ ଗତକାଲି ସନ୍ଧ୍ୟାରେ କିଛି ସ୍ଥାନରେ ଝିପିଝିପି ବର୍ଷା ହୋଇଯାଇଛି । ଫଳରେ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।
ମୌସୁମୀକୁ ନେଇ ଭାରତୀୟ ପାଣିପାଗ ବିଭାଗ କହିଛି କି, ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ ବର୍ଷା। । ଚଳିତ ବର୍ଷ ମୌସୁମୀ ବର୍ଷା ପ୍ରାୟ ୯୮% ହେବା ସମ୍ଭାବନା ରହିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ୯୮% ବର୍ଷା ହେବାର ସମ୍ଭାବନା ରହିଛି। ଚଳିତ ଥର ସ୍ୱାଭାବିକ ବର୍ଷା ହେବାକୁ ଥିବାବେଳେ ଭଲ ଚାଷ ହେବ ଏବଂ ଏହାର ପ୍ରଭାବରେ ଅର୍ଥନୀତି ମଧ୍ୟ ସୁଧୁରିବ ବୋଲି ଆଶା କରାଯାଉଛି।

 

Related posts

ମାସ ଶେଷ ବେଳକୁ ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ

mahabharatanews

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ପଞ୍ଚଭୂତରେ ଲୀନ ହେବେ ଡକ୍ଟର ଜୟନ୍ତ ମହାପାତ୍ର

mahabharatanews

ମାର୍ଚ୍ଚ ୩୧ ସୁଦ୍ଧା ଖଣି ନିଲାମ କାର୍ଯ୍ୟ ଶେଷ ହେବ

mahabharatanews