ଓଡିଶା

୪୨ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାରେ କାଳିଆ ଯୋଜନାରେ ୯୨୦ କୋଟି ଟଙ୍କା ଜମା

ଭୁବନେଶ୍ୱର: ଆସନ୍ତା କାଲି ଅକ୍ଷୟତୃତୀୟା। ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦର ଦିନ । ଚାଷ କାମର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର ୪୨ ଲଷ ଚାଷୀ ପରିବାର ର ବ୍ୟାଙ୍କ ଖାତାରେ ଖରିଫ ୨୦୨୧ ପାଇଁ କାଳିଆ ଯୋଜନାରେ ୯୨୦ କୋଟି ଟଙ୍କା ଜମା କରାଯାଇଥିବା ବିଷୟ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ ଯୋଜନା ।ଏହି ଯୋଜନା ଚାଷୀ ମୁହଁ ରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ ଏହା ସହାୟକ ହୋଇଛି । ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀ ଙ୍କ ତ୍ୟାଗ ର ଉଚ୍ଚ ପ୍ରଶସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗର୍ବ ଓ ଗୌରବ । ଦେଶ ଓ ସମାଜ ପାଇଁ ଚାଷୀର ତ୍ୟାଗ ର ତୁଳନା ନାହିଁ ।ଗତବର୍ଷ କୋଭିଡ଼ ସମୟରେ ଚାଷୀ ହି ଅର୍ଥନୀତି କୁ ସଜୀବନୀ ପରି ଶକ୍ତି ଦେଇଥିଲା ।ତେଣୁ ଚାଷୀର ତ୍ୟାଗ ର ମୂଲ୍ୟ କେହି ଦେଇ ପାରିବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ ମତ ଦେଇଥିଲେ । ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ”ମୋ ରାଜ୍ୟର ଚାଷୀ ,ଭଲରେ ରହୁ । ତାର ରୋଜଗାର ବଢୁ ତା ପରିବାରରେ ସମୃଦ୍ଧି ଆସୁ ।ଏଥିପାଇଁ ମୁଁ କାମ କରୁଛି ଓ କରିଚାଲିବି ।”
ସୂଚନାଯୋଗ୍ୟ ଯେ କାଳିଆ ଯୋଜନା ରାଜ୍ୟ ସରକାରଙ୍କ ଶ୍ରେଷ୍ଠ କୃଷି କଲ୍ୟାଣ ଯୋଜନା । ଏହି ଯୋଜନା ରେ ଲଷ ଲଷ ଛୋଟ ଚାଷୀ ,ନାମ ମାତ୍ର ଚାଷୀ ଓ ଭୂମି ହୀନ ଚାଷୀ ପରିବାର ଉପକାର ପାଉଛନ୍ତି । କାଳିଆ ସହାୟତାରେ ଚାଷୀ କୃଷି ସାମଗ୍ରୀ କିଣବା ବେଳ ଭୂମି ହୀନ ଚାଷୀ ଛେଳି କୁକୁଡ଼ା ବତକ ପାଳନ ଆଦିରେ ବିନିଯୋଗ କରି ତା ପରିବାର ର ରୋଜଗାର ବଢାଇଥାଏ ।ଏହି କାର୍ୟ୍ୟକ୍ରମ ରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ,କାଳିଆ ଯୋଜନା କିପରି କୋଭିଡ଼ ସମୟରେ ଚାଷୀ ପରିବାର ପାଇଁ ଉପାଦେୟ ସାବ୍ୟସ୍ତ ହୋଇପାରିଛି ତା ଉପରେ ଆଲୋକପାତ କରିଥିଲେ ଏହି କାର୍ୟ୍ୟ କ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ।,ମୁଖ୍ୟମନ୍ତ୍ରୀ ଙ୍କ କାର୍ୟାଳୟ ର ମୁଖ୍ୟ ପରାମର୍ଶ ଦାତା ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Related posts

ଗଞ୍ଜେଇ ଜବତ, ୩ ଗିରଫ

mahabharatanews

 ୨୪ ଘଣ୍ଟାରେ ରାଜ୍ୟରେ୧୩୪୧ ନୂଆ ଆକ୍ରାନ୍ତ ଚିହ୍ନଟ

mahabharatanews

କରୋନା ଯୋଦ୍ଧାଙ୍କୁ ସାଂସଦ ମହେଶ ସାହୁଙ୍କ ସମ୍ବର୍ଦ୍ଧନା

mahabharatanews