ରାଜନୀତି

ପିୟୂଷ ଗୋଏଲଙ୍କୁ ଭେଟି ବିଜେପି ସାଂସଦଙ୍କ ସ୍ମାରକ ପତ୍ର ପ୍ରଦାନ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଗୁରୁବାର ରାଜ୍ୟ ବିଜେପି ସାଂସଦର ଏକ ପ୍ରତିନିଧି ମଣ୍ଡଳି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଂଟନ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଭେଟି ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ) ଯୋଜନା କାର୍ଯ୍ୟକାରୀ କରିବାରେ ଅନିୟମିତତା, ହେରଫେର୍ ତଥା ଅବ୍ୟବସ୍ଥା ଉପରେ ଅବଗତ କରିବା ସହ ଅଭାବୀ ତଥା ଯୋଗ୍ୟ ହିତାଧିକାରୀଙ୍କୁ ବଂଚିତ କରିବା ନେଇ ଅଭିଯୋଗ କରିବା ସହ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । କେନ୍ଦ୍ରର ଏହି ଯୋଜନାରୁ ଅଧିକାଂଶ ଗରିବ ହିତାଧିକାରୀ ଲାଭ ପାଇପାରୁନାହାନ୍ତି । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଏବଂ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନଏ‘ଏସଏ) ଜାଲିଆତି ଘଟଣାର ତଦନ୍ତ ନିର୍ଦ୍ଦେଶ ପାଇଁ ସାଂସଦ ପ୍ରତିନିଧିମାନେ ଦାବୀ କରିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନେତୃତ୍ୱରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱରସାଂସଦ ପ୍ରତାପ ଷଡଙ୍ଗୀ, କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା, ସମ୍ବଲପୁର ସାଂସଦ ନୀତିଶ ଗଙ୍ଗଦେଓ,ବଲାଙ୍ଗୀରର ସାଂସଦ ସଙ୍ଗୀତା ସିଂହଦଓ ପ୍ରମୁଖ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଂଟନ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଭେଟି ଏହି ସ୍ମାରକ ପତ୍ର ପ୍ରଦାନ କରିଥିଲେ ।

 

Related posts

ଦେଶର ୪ ମେଟ୍ରୋ ସହରରେ ଦୀପାବଳୀରୁ ୫ଜି ସେବା

mahabharatanews

ପଦ୍ମପୁର ଉପନିର୍ବାଚନ ପ୍ରଚାରରେ ହେବ ଟୋକା ଲଢେଇ

mahabharatanews

ଶିବରାଜ ଚୌହାନ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ

mahabharatanews