ଓଡିଶା

୨୫ ଯାଏ ସମୁଦ୍ରକୁ ମନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି । ବିଗତ ୨୪ ଘଣ୍ଟା ଧରି ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ କେତକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥିପାଇଁ ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡା, କେଉଁଝର, ଦେଓଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡା ଜିଲ୍ଲାରେ ପ୍ରବଳରୁ ଅତି ପବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିପାଇଁ ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ ବୋଲି କୁହାଯାଇଛି । ଡ୍ରେନେଜ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି । ବର୍ଷା ଯୋଗୁ ଜାତୀୟ ରାଜପଥରେ ଗାଡି ଚାଳନା କରିବାରେ ମଧ୍ୟ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି । କିଛି ସ୍ଥାନରେ ଅସ୍ଥାୟୀ ଭାବେ ପାଣି ଜମିବାର ଆଶଙ୍କା ମଧ୍ୟ ରହିଛି । ଏଥିସହିତ ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ବୌଦ୍ଧ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ତେଣୁ ଏହି ସବୁ ଜିଲ୍ଲା ଗୁଡିକ ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । । ତେବେ ବିପଦ ରହିଥିବା ଯୋଗୁ ଆସନ୍ତ ୨୫ ତାରିଖ ସମସ୍ୟାରେ ସକାଳ ଯାଏ ମାଛ ଧରିବାକୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
ସେହିପରି ଆସନ୍ତା କାଲି ସୁନ୍ଦରଗଡ, କେଉଁଝର, ବରଗଡ଼, ଝାରସୁଗୁଡା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ତେଣୁ ଏହି ସବୁୁ ଜିଲ୍ଲାଗୁଡିକ ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୫ ତାରିଖରେ କୋରାପୁଟ, ମାଲକାନାଗିରି, ମୟୁରଭଞ୍ଜ, କେଉଁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଥିବା ବେଳେ ଏହି ସବୁ ଜିଲ୍ଲାଗୁଡିକ ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ତାରିଖରେ ବରଗଡ, ସମ୍ବଲପୁର, ନୁଆପଡ଼ା, ଝାରସୁଗୁଡା, ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ୨୭ ତାରିଖ ମଧ୍ୟ ମୟୁରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ଦେଓଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପର, ଢେଙ୍କାନାଳ, ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ତେଣୁ ଦୁଇ ଦିନ ଧରି ଏହି ସବୁ ଜିଲ୍ଲାଗୁଡିକ ପାଇଁ ୟୋଲୋ ୱାର୍ଣ୍ଣର୍ିଂ ଜାରି କରାଯାଇଛି ।

Related posts

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୩ରେ ଗଞ୍ଜାମ ଜିଲ୍ଲା ତଥା ହିଞ୍ଜିଳି ବ୍ଲକକୁ ଶ୍ରେଷ୍ଠ ପୁରସ୍କାର

mahabharatanews

ନିଆଁ ଲାଗି ପୋଡିଗଲା ବାହାଘରର ସବୁ ଜିନିଷ

mahabharatanews

ବିଜେପି ବରିଷ୍ଠ ନେତା ବିଜୟ ପ୍ରଧାନଙ୍କ ପରଲୋକ

mahabharatanews