(ଭୁବନେଶ୍ୱର): ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ୍ ବୟସ୍କଙ୍କ ମଧ୍ୟରେ ୯୭ ଜଣ ଚିହ୍ନଟ ହୋଇଛନ୍ତି । ୬୦୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୫୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି୨୫୫ । ରାଜ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୦୯, କଟକରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୩୬, ମୟୁରଭଞ୍ଜରୁ ୨୬, ଢ଼େଙ୍କାନାଳରୁ ୨୩, ଜଗତସିଂପୁରରୁ ୨୦, ପୁରୀରୁ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ରାଜ୍ୟରେ ୬୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭ହଜାର ୯୦୧କୁ ବୃଦ୍ଧ ପାଇଛିି । ଆକ୍ଟିଭ କେସ୍ ୭ହଜାର ୫୨୮ ରହିଛି ଓ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୭ହଜାର ୧୧୨କୁ ବୃଦ୍ଧି ପାଇଛି ।
previous post
