ଓଡିଶା

ଆଳୁ ବୋଝେଇ ଟ୍ରକ ଓଲଟି ପଡ଼ିଲା, ଲୋକେ ବୋହି ନେଲେ ଆଳୁ

(ଚଣ୍ଡିଖୋଲ): ଓଲଟି ପଡ଼ିଲା ଆଳୁ ବୋଝେଇ ଟ୍ରକ । ଏପରି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ଛତିଆ ଠାରେ । ତେବେ ସୂଚନା ଅନୁଯାୟୀ କଟକ ଯାଉଥିବା ଏକ ଆଳୁ ବୋଝେଇ ଟ୍ରକ ଛତିଆ ଠାରେ ରାସ୍ତା କଡ଼ରେ ଛିଡ଼ା ହୋଇଥିଲା । ସେହି ସମୟରେ ଏକ ସିମେଣ୍ଟ ବୋଝେଇ ଟ୍ରକଟି ଆଳୁ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଯାହା ଫଳରେ ଆଳୁ ବୋଜେଇ ଟ୍ରକଟି ଭାର ସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଥିବା ବେଳେ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ହେଲେ ଟ୍ରକରେ ଯାଉଥିବା ଆଳୁ ରାସ୍ତା କଡ଼ରେ ଢ଼ାଳି ହୋଇଯାଇଥିଲା । ଘଟଣା ସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଆଳୁ ବୋହି ନେଇଯାଇଥିଲେ । ଏନେଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Related posts

ସାମାଜିକ ଦୂରତ୍ୱ ଓ ମାସ୍କ ନିୟମକୁ କଡାକଡି କଲେ ତହସିଲଦାର

mahabharatanews

 ଆଗାମୀ ୪ ଦିନ ଅତି ପ୍ରବଳ ବର୍ଷା ସମ୍ଭାବନା, ଓ୍ଵାର୍ଣ୍ଣିଂ ଜାରି

mahabharatanews

ଦୁଇ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୨ ଗୁରତର

mahabharatanews