ଓଡିଶା

ପିପିଲି ଉପନିର୍ବାଚନ ନିମନ୍ତେ ନୋଡାଲ ଅଧିକାରୀଙ୍କ ବୈଠକ

(ଜୟନ୍ତ କୁମାର ସେଠୀ / ଗୋପ) ; ପୁରୀ ଜିଲ୍ଲା ପିପିଲି ଉପ ନିର୍ବାଚନରେ ସଫଳ ପରିଚାଳନା ନିମନ୍ତେ ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀ ମାନଙ୍କ ବୈଠକ ଜିଲ୍ଲାପାଳଙ୍କ କର୍ୟ୍ୟାଳୟରେ ଅନୁଷ୍ଠିତ ହୋଇଛି । ଏଥିରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଅଧ୍ୟକ୍ଷତା କରିଛନ୍ତି । ମୁକ୍ତ ଓ ଅବାଧ ନିର୍ବାଚନ ନିମନ୍ତେ ଆଦର୍ଶ ଆଚରଣ ବିଧି କଡାକଡି ଭାବେ ପାଳନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଏଥିସହ କୋଭିଡ ନୀୟମର କଡା ପାଳନ ସହ ମତଦାନ କେନ୍ଦ୍ରରେ ଭୋଟର ମାନଙ୍କ ନିମନ୍ତେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି ।ଗତ ୪ ତାରିଖରୁ ପିପିଲି ଉପ ନିର୍ବାଚନ ନେଇ ପୁନଃ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ତୁରନ୍ତ ଆଦର୍ଶ ଆଚରଣ ବିଧି ଜାରି ହୋଇଥିବା ବେଳେ ଆସନ୍ତା ୩୦ ତାରିଖରେ ମତଦାନ ହୋଇ ଅକ୍ଟୋବର ୩ ତାରିଖରେ ଭୋଟ ଗଣତି ହେବ ଏବଂ ୫ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ ହେବ । ଉପନିର୍ବାଚନ ପାଇଁ ୧୦ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଥିବା ବେଳେ ୨ଲକ୍ଷ ୨୯ ହଜାର ୯୯୮ଭୋଟର ମତଦାନ କରିବେ। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ରଞ୍ଜନ ମହାପାତ୍ର, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ନିର୍ବାଚନ ଡେପୁଟି କଲେକ୍ଟର ଶ୍ରୀ ସୁମନ୍ତ କର ଓ ଶ୍ରୀ ଜିତେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

 

Related posts

ଧୂମକେତୁ ଫୋଟୋ ଉଠାଇ ଚର୍ଚାରେ ଜଯପୁରର ଆଷ୍ଟ୍ରୋ ଫୋଟୋ ଗ୍ରାଫର

mahabharatanews

ପ୍ରବାସୀ ଓଡିଆଙ୍କୁ କ୍ୱାରେଣ୍ଟାଇନ ସେଣ୍ଟର ବଦଳରେ ସାଇକେଲ ଷ୍ଟାଣ୍ଡରେ ରଖାଯାଉଛି

mahabharatanews

ରଥ ନିର୍ମାଣ ପାଇଁ ନବମ ପର୍ଯ୍ୟାୟରେ ୨୭ ଖଣ୍ଡ ୪୦ ଫୁଟିଆ ଧଉରା ଓ ଅସନ କାଠ ପହଞ୍ଚିଲା

mahabharatanews