ଓଡିଶା

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୦ରୁ ଉର୍ଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରିହିଥିବା ନେଇ ଭୂବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଟକ ଓ ଖୋର୍ଧା ରହିଛି ।
ସେହିପରି ୧୨ରୁ ୧୩ ତାରିଖ ମଧ୍ୟରେ ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଗଞ୍ଜାମ, ବାଲେଶ୍ବର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

 ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ଶୈବ ପୀଠ

mahabharatanews

ପୂର୍ବ ଭାରତରେ ସବୁଠୁ ବଡ ଇକମୋ ୟୁନିଟ

mahabharatanews

ଓଲଟିଲା ପିକଅପ ଭ୍ୟାନ; ୩ ଗୁରୁତର

mahabharatanews