ଓଡିଶା

ବରିଷ୍ଠ ରାଜନେତା ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ । ଆଜି ସକାଳ ୯ଟା ୩୦ରେ ଭୁବବନେଶ୍ୱରରେ ତାଙ୍କର ପରଲୋକ ହୋଇଥିବା ନେଇ ଝିଅ ଅନୀତା ଶୁଭଦର୍ଶିନୀଙ୍କ ସୂଚନା । ସେ ୬ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ କଂଗ୍ରେସ, ଜନତାଦଳ, ବିଜେପି ଓ ବିଜେଡିରେ ସାମିଲ ଯୋଗଦେଇଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଥମ ପାଳିରେ ୨୦୦୦ରୁ ୨୦୦୨ ମଧ୍ୟରେ ସେ ଅର୍ଥମନ୍ତ୍ରୀ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇଥିଲେ । ୧୯୭୧, ୧୯୭୭, ୧୯୮୫, ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ତେବେ ପ୍ରଥମ ଥର ବିଧାୟକ ହୋଇ ସେ ୧୯୭୧ରେ ସ୍ୱାସ୍ଥ୍ୟମନ୍ତ୍ରୀ ହୋଇଥିଲେ । ୧୯୯୮ ମସିହାରେ ଜାନକୀ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରିତ୍ୱ କାଳରେ ସେ ବିଧାନସଭାରେ ବିରୋଧୀ ଦଳ ନେତା ଭାବେ କାର୍ଯ୍ୟ କରିଥିଲେ ।

ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ । ଗଞ୍ଜାମ ଜିଲ୍ଲା ତଥା ଓଡିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଥିଲା । ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Related posts

ଭୁବନେଶ୍ୱର ଓ କଟକ ବାର ମାଲିକଙ୍କ ପାଇଁ କଡ଼ା ନିର୍ଦ୍ଦେଶ

mahabharatanews

ରାଜ୍ୟରେ ସଂକ୍ରମଣ ହାର ପୁଣି ବଢ଼ିଲା

mahabharatanews

ପାର୍ଥ ମୋ ଘରକୁ ମିନି ବ୍ୟାଙ୍କ ଭାବେ ବ୍ୟବହାର କରୁଥିଲେ: ଅର୍ପିତା

mahabharatanews