ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ସଂକ୍ରମଣ ହ୍ରାସ ପାଇଛି । ଏହାରିମଧ୍ୟରେ କୋଭିଡ ସ୍ଥିତି ଓ କଟକଣା କୋହଳ ଲାଗି କେନ୍ଦ୍ର ସରକାର ନିର୍ଦ୍ଦେଶ ଦେବା ପରେ ଏହାକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କିଛି ରାଜ୍ୟ ଅତିରିକ୍ତ କଟକଣା ଲଗାଇଛନ୍ତି । ନିୟମ କୋହଳ କରିବା ଲାଗି କେନ୍ଦ୍ର ସରକାରଙ୍କ ଯେଉଁ ଚିଠି ଆସିଛି, ତା ଉପରେ ରାଜ୍ୟ ସରକାର ଭାବିଚିନ୍ତି ନିଷ୍ପତ୍ତି ନେବେ । ରାଜ୍ୟରେ ଅତିରିକ୍ତ କଟକଣା କିଛି ନାହିଁ । ଗାଇଡଲାଇନ ଅନୁସାରେ କଟକଣା ହୋଇଛି । ସରକାରଙ୍କର ତା ଉପରେ ନଜର ରହିଛି । କୋଭିଡ ସ୍ଥିତିର ସମୀକ୍ଷା ମଧ୍ୟ କରାଯାଉଛି । ପୁନଶ୍ଚ ସରକାରଙ୍କ ପରବର୍ତ୍ତୀ ନିଷ୍ପତ୍ତିକୁ ଅପେକ୍ଷା କରିବାକୁ ସେ କହିଛନ୍ତି । ଯଦି ଆଜିର ଷ୍ଟାଟସ ଦେଖିବା, ୨ରୁ ୩ଟି ସ୍ଥାନରେ ଟିକେ ଅଧିକ ସଂକ୍ରମଣ ରହିଛି । ଏବେକାର ସ୍ଥିତିରେ ଆମେ ଭଲ ଆଡ଼କୁ ଯାଉଛେ । କିଛି ଦିନ ହେଲା ସଂକ୍ରମଣ ହଜାରେ ତଳେ ରହିଛି ।
previous post
next post