ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୩୬୨ ଆକ୍ରାନ୍ତ ଚିହ୍ନଟ ଓ ୬୬ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର କମିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୩୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୬୬ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୬୭,୩୧୫ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୫,୧୦୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯,୬୨୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୩,୯୮,୦୯୫ ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫୪୧୧୮ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

Related posts

ଘର କାନ୍ଥରେ ଶୋଇଛି ମହାବଳ

mahabharatanews

‘ଜାତି ଏବଂ ଧର୍ମ ନାଁରେ ଭୋଟ୍ ମାଗନ୍ତୁ ନାହିଁ ‘: କମିଶନର

mahabharatanews

କଂଗ୍ରେସ ମୁଖ୍ୟ ପଦରୁ ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

mahabharatanews