ଓଡିଶା

ଆସନ୍ତା ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ । ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ଯାଏଁ ଚାଲିବ ଏହି ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୬ଟି କାର୍ଯ୍ୟ ଦିବସ ରହିବ । ମାର୍ଚ୍ଚ ୨୫ରେ ବିଧାନସଭାରେ ରାଜ୍ୟପାଳ ଅଭିଭାଷଣ ଦେବେ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ମାର୍ଚ୍ଚ ୩୦ରେ ଆଗତ ହେବ ରାଜ୍ୟ ବଜେଟ । ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ମାର୍ଚ୍ଚ ୩୧ରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ କରାଯିବ । ତେବେ ମାର୍ଚ୍ଚ ୨୭ ରବିବାର ପଡୁଥିବାରୁ ଏହି ଦିନ ବିଧାନସଭାର ବଜେଟ ଅଧିବେଶନ ଚାଲିବ ନାହିଁ । ତେବେ ଚଳିତଥର ଆସିବାକୁ ଥିବା ବଜେଟରେ ସରକାର କେଉଁ ନୂଆ ଘୋଷଣା କରୁଛନ୍ତି ତାହା ଉପରେ ସମସ୍ତଙ୍କର ନଜର ରହିବ ।

Related posts

ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ

mahabharatanews

ପାରାଦ୍ୱୀପରେ ବୁଦ୍ଧିଜିବୀ ସମ୍ମିଳନୀ ।

mahabharatanews

ଦୁର୍ନୀତି ମାମଲାରେ ରାଜଗାଙ୍ଗପୁର ପୌରପାଳିକା ଇଓଙ୍କୁ ୩ ବର୍ଷ ଜେଲ

mahabharatanews