ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୧୯୪ ଆକ୍ରାନ୍ତ ଚିହ୍ନଟ ଓ ୨୫୫ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର ଓ ମୃତ୍ୟୁସଂଖ୍ୟା କମିଛି । ଧୀରେ ଧୀରେ ସ୍ଥିତି ସୁଧୁରିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୧୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୨୫୫ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୮୪,୨୬୧ ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୫,୭୧୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬,୨୦୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୪,୨୬,୩୨୮ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୨୨୧୯। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

Related posts

 ସ୍ମାରକ ଡାକ ଷ୍ଟାମ୍ପ ଉନ୍ମୋଚନ

mahabharatanews

ଇଂରାଜୀ ନବବର୍ଷ ପାଇଁ ପୁରୀ ସହର ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି

mahabharatanews

ବିଜେପି ପକ୍ଷରୁ ସାଲେପୁରରେ ହିତାଧିକାରୀ କୃଷକ ସମାବେଶ

mahabharatanews