ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୧୪ ଆକ୍ରାନ୍ତ ଚିହ୍ନଟ ଓ ୮୯ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର ଓ ମୃତ୍ୟୁସଂଖ୍ୟା କମିଛି । ଧୀରେ ଧୀରେ ସ୍ଥିତି ସୁଧୁରିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୮୯ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୮୭,୮୭୫ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୫,୮୦୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫,୧୮୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୪,୩୧,୫୧୩ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୦୫୫୯। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

 

Related posts

ପାନ ଇଣ୍ଡିଆର ସୁପରଷ୍ଟାର ତଥା ରିବେଲ ଷ୍ଟାର ପ୍ରଭାସ ଆଜି ୪୪ ରେ ପାଦ ଦେଇଛନ୍ତି

mahabharatanews

ମୁଖ୍ୟମନ୍ତ୍ରୀ‌ଙ୍କୁ ଇଡି ସମନ୍‌ ଜାରି

mahabharatanews

 ମେହବୁବା ମୁଫତିଙ୍କ ଭୟଙ୍କର ସଡକ ଦୁର୍ଘଟଣା

mahabharatanews