ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୩୯ ଆକ୍ରାନ୍ତ ଚିହ୍ନଟ ଓ ୬୦ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର ଓ ମୃତ୍ୟୁସଂଖ୍ୟା କମିଛି । ଧୀରେ ଧୀରେ ସ୍ଥିତି ସୁଧୁରିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୬୦ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୧,୪୭୭ ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୬,୧୩୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪,୪୯୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୪,୫୪,୫୪୬ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୦୭୯୯। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

Related posts

ଚଳିତ ମାସ ଲଞ୍ଚ୍‌ ହେବ ଚନ୍ଦ୍ରଯାନ-୩

mahabharatanews

ଇଡିରେ ହାଜର ହେବେ ନାହିଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

mahabharatanews

ଚାଷୀ ଆନ୍ଦୋଳନ : ‘ଏକ୍ସପ୍ରେସ ୱେ’ରେ ଟ୍ରାଫିକ୍‌ ସମସ୍ୟା

mahabharatanews