ଭାରତ

ଦେଶରେ ଦିନକରେ ୨,୦୭୫ କରୋନା ସଂକ୍ରମିତ ଚିହ୍ନଟ ଓ ୭୧ ମୃତ

ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନା ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୩ ହଜାର ତଳକୁ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୭୫ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୭୧ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୬,୦୮୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୭୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୩୫୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୩୮୩ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୬୧,୯୨୬। ଏହାଛଡ଼ା ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୭୮୦୨ ରହିଛି ।

Related posts

ଗୁଗୁଲ ଦେବ ୯୨୧ କୋଟିର କ୍ଷତିପୂରଣ

mahabharatanews

ଚାଷୀ ଆନ୍ଦୋଳନ ଶେଷ

mahabharatanews

କେଜ୍ରିୱାଲଙ୍କ ବିରୋଧରେ ଏନ୍‌ଆଇଏ ତଦନ୍ତ ଦାବି କଲେ ଉପରାଜ୍ୟପାଳ 

mahabharatanews