ଭାରତ

ଦେଶରେ ଦିନକରେ ୧,୩୩୫ କରୋନା ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ: କିଛି ଦିନ ଧରି ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଦେଢ଼ ହଜାରରୁ ଯଥେଷ୍ଟ କମ୍‌ ରହିଛି ସଂକ୍ରମଣ ସଂଖ୍ୟା ।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୩୫ ନୂଆ ସଂକ୍ରମଣ ଚିହ୍ନଟ ଓ ୫୨ ଜଣଙ୍କର ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୨୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୫,୭୭୫ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୫୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୧୮୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୯୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୦,୯୨୨। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩୬୭୨।

Related posts

ପ୍ରଦୂଷଣରେ ବର୍ଷକୁ ଯାଉଛି ୧୫ଲକ୍ଷ ଜୀବନ, ଲାନ୍ସେଟ ଦେଲା ଚିନ୍ତାଜନକ ତଥ୍ୟ

mahabharatanews

ମଧ୍ୟପ୍ରାଚ୍ୟରେ ବଢିଚାଲିଛି ଉତେଜନା ଆଉ ଦିନକୁ ଦିନ ଏହାର ସ୍ଥିତି ଜଟିଳ ହେଉଛି ।

mahabharatanews

ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଆରମ୍ଭ

mahabharatanews