ଓଡିଶା

ଉତ୍କଳ ଦିବସରେ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:୧୯୩୬ ଏପ୍ରିଲ ୧ । ଓଡିଶା ପାଇଁ ଅବିସ୍ମରଣୀୟ ଆଜିର ଦିନ । ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା ।ରାଜ୍ୟ ପାଇଥିଲା ସ୍ୱତନ୍ତ୍ର ପରିଚୟ । ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ଥିବା ଜନନାୟକମାନଙ୍କୁ ମନେ ପକାଇବା ସହ ଓଡ଼ିଶାର କଳା, ସଂସ୍କୃତି, ପରମ୍ପରାକୁ ସମୃଦ୍ଧ କରିବାକୁ ବାର୍ତ୍ତା ଦେଇଛନ୍ତି ରାଜ୍ୟପାଳ ।

ସେହିଭଳି ଉତ୍କଳ ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି ।

ଅନ୍ୟପକ୍ଷେ ଏହି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପ୍ରଧାନମନ୍ତ୍ରୀ ମଧ୍ୟ ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉତ୍କଳ ଦିବସ ଅବସରରେ ଓଡିଶାର ଜନତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ‘ଏହି ରାଜ୍ୟର ଅନନ୍ୟ ସାଂସ୍କୃତିକ ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ୟ୍ୟ, ସ୍ଥାପତ୍ୟ, ହସ୍ତଶିଳ୍ପ ଏବଂ ନୃତ୍ୟ କଳା ପାଇଁ ଦେଶ ଗର୍ବିତ ଯାହା ମାନବିକତାକୁ ପ୍ରେମ ଏବଂ ଶାନ୍ତିର ଅନନ୍ତ ବାର୍ତ୍ତା ଦେଇଛି’ ।

ରାଷ୍ଟ୍ରପତି ଆହୁରି ମଧ୍ୟ ଲେଖିଛନ୍ତି, “ଓଡିଶାର ନିରନ୍ତର ବିକାଶ ପାଇଁ ମୋର ଶୁଭେଚ୍ଛା’।ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଖୁସି ଓ ସୁସ୍ଥ ଜୀବନ କାମନା କରିଛନ୍ତି । ଏହା ସହ ଓଡିଶାର ଅନନ୍ୟ ସଂସ୍କୃତିକୁ ଶତତ ସମ୍ମାନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।

Related posts

ଆଇଏଏସ ସ୍ତରରେ ଅଦଳ ବଦଳ, ଅନୁ ଗର୍ଗ ୱାର୍ଟର ରିସୋର୍ସ ଡିପାର୍ଟମେଣ୍ଟର ପ୍ରିନ୍ସିପାଲ ସେକ୍ରେଟାରୀ ନିଯୁକ୍ତ

mahabharatanews

ଡଙ୍ଗରିଆ ଆଦିବାସୀମାନଙ୍କୁ ୨୦୦ ମାସ୍କ ବାଣ୍ଟିଲେ ସ୍ୱେଚ୍ଛାସେବୀ

mahabharatanews

ଆନ୍ତର୍ଜାତୀୟ ଡକ୍ଟରେଟ ପୁରସ୍କାରରେ ସମ୍ମାନିତ ହେଲେ ସାମାଜିକ କର୍ମୀ ଡ. ନବିନ ଚନ୍ଦ୍ର ଗୋରଡା

mahabharatanews