ଭାରତ

ଦେଶରେ ୨୪ ଘଣ୍ଟାରେ ୧,୦୩୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୩୩ କରୋନା ଆକ୍ରାନ୍ତ ଚିହ୍ନଟ ଓ ୪୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୩୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୧,୯୫୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୫୩୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୨୨୨ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୮,୭୮୯। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୬୩୯।

Related posts

ଟ୍ୱିଟର ପରେ କୋକାକୋଲା : ଏଲନ୍ ମସ୍କ

mahabharatanews

ଦେଶରେ ପୁଣି୨୦ ହଜାରେ ଟପିଲା ସଂକ୍ରମଣ ; ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି

mahabharatanews

ମଣିପୁର ଲଜ୍ଜ୍ୟା : ଭିଡିଓ କରୁଥିବା ବ୍ୟକ୍ତି ଗିରଫ 

mahabharatanews