ଓଡିଶା

କାଳବୈଶାଖୀ ନେଇ ୮ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଏବେ ତାତି ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି । ତେବେ ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଂଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ଜନିତ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏନେଇ ୮ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି । ଆସନ୍ତା ୪-୫ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଅଧିକା ରହିପାରେ।

 

Related posts

ବାର୍ଡ ଫ୍ଲୁ ପରୀକ୍ଷା ପାଇଁ  ରାଜ୍ୟ ପ୍ରାଣୀ ବିଭାଗର ସାମ୍ପୁଲ ସଂଗ୍ରହ

mahabharatanews

୨୧ ଦିନ କ୍ୱାରେଣ୍ଟାଇନରୁ ସୁସ୍ଥ ହୋଇ ଘରକୁ ଫେରିଲେ ଶତାଧିକ ପ୍ରବାସୀ

mahabharatanews

୨ ଶିଶୁପୁତ୍ରଙ୍କ ଉପରେ ଚଢିଗଲା ଟ୍ରାକ୍ଟର

mahabharatanews