ଭୁବନେଶ୍ୱର: ଅଫେରା ରାଇଜରେ କମଳ ଦେଶର ରାଜକୁମାର । ଚିରଦିନ ପାଇଁ ଆଖି ବୁଜିଛନ୍ତି ବିଶିଶ୍ଟ ସଂଗୀତଜ୍ଞ ପ୍ରଫୁଲ କର । ୮୩ ବର୍ଷ ବୟସରେ ଆରପାରିକୁ ଚାଲିଯାଇଛନ୍ତି ସଙ୍ଗୀତ ଜଗତର ବେତାଜ୍ ବାଦଶାହ । ରବିବାର ରାତି ୯.୩୦ରେ ପ୍ରଫୁଲ କରଙ୍କ ଦେହାନ୍ତ ହୋଇଥିବା ତାଙ୍କ ପୁଅ ସୂଚନା ଦେଇଛନ୍ତି । ଭୁବନେଶ୍ୱର ସ୍ଥିତ ସତ୍ୟନଗର ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ସୁର ସାଧନାରେ ବେଶ ନିପୁଣ ସ୍ୱର ସମ୍ରାଟ ପ୍ରଫୁଲ କରଙ୍କ ପ୍ରତିଭାକୁ ପ୍ରଶଂସା କରିଥିଲେ ଭାରତ ସରକାର । ସେଥିପାଇଁ ତ ପଦ୍ମଶ୍ରୀ ସମ୍ମାନରେ ତାଙ୍କୁ କରାଯାଇଥିଲା ସମ୍ମାନୀତ। ଅନେକ ସୁମଧୁର ସଙ୍ଗୀତରେ ଓଡ଼ିଆ ଦର୍ଶକଙ୍କୁ ବାନ୍ଧି ରଖିଥିବା କଣ୍ଠଶିଳ୍ପୀ ତଥା ସଙ୍ଗୀତକାରଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ।
ଓଡିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି l
— Governor Odisha (@GovernorOdisha) April 18, 2022
ଓଡିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି l ସେହିଭଳି ଓଡ଼ିଶାର ସୁନାମଧନ୍ୟ ସଂଗୀତ ନିର୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି l ଶ୍ରୀ କରଙ୍କ ବିୟୋଗରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ ହେବା ସହିତ ଓଡ଼ିଶାର ସଂଗୀତ ଓ କଳା କ୍ଷେତ୍ରରୁ ଏକ ଉଜ୍ଜଳ ନକ୍ଷତ୍ରର ଅବସାନ ଘଟିବା ବ୍ୟକ୍ତ କରିଛନ୍ତି l
ଓଡ଼ିଶାର ସୁନାମଧନ୍ୟ ସଂଗୀତ ନିର୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି l ଶ୍ରୀ କରଙ୍କ ବିୟୋଗରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ ହେବା ସହିତ ଓଡ଼ିଶାର ସଂଗୀତ ଓ କଳା କ୍ଷେତ୍ରରୁ ଏକ ଉଜ୍ଜଳ ନକ୍ଷତ୍ରର ଅବସାନ ଘଟିବା ବ୍ୟକ୍ତ କରିଛନ୍ତି l
— Governor of Andhra Pradesh (@governorap) April 18, 2022
ରାଜ୍ୟପାଳ ଶ୍ରୀ ହରିଚନ୍ଦନ ଶ୍ରୀ କରଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିବା ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସ୍ବର୍ଗତ ଅମର ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି ଓ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି l ସେ କହିଛନ୍ତି, ସ୍ବର୍ଗତ କର ଜୀବନବ୍ୟାପି ସଂଗୀତ ସାଧନା ପାଇଁ ଅନେକ ମାନ ସମ୍ମାନ ଓ ପୁରସ୍କାର ପାଇଥିଲେ l ଏତଦବ୍ୟତୀତ କଳା କ୍ଷେତ୍ରକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ କେନ୍ଦ୍ର ସରକାରଙ୍କ ତରଫରୁ ସର୍ବୋଚ୍ଚ ପଦ୍ମଶ୍ରୀ ଉପାଧିରେ ଭୂଷିତ ହୋଇଥିଲେ lସେ ଏକାଧାରାରେ ଜଣେ ସୁସଂଗୀତ ନିର୍ଦେଶକ, କଣ୍ଠଶିଳ୍ପୀ, ଲେଖକ ଓ ସ୍ତମ୍ଭକାର ଥିଲେ l ସେ ଅନେକ ଲୋକପ୍ରିୟ ଗୀତର ସଂଗୀତ ନିର୍ଦେଶନା ଦେଇଥିଲା ବେଳେ ଅନେକ ଗୀତର କଣ୍ଠଦାନ କରି ଓଡ଼ିଶାର ପୁରପଲ୍ଲୀରେ ଲୋକପ୍ରିୟତା ହାସଲ କରିଥିଲେ l
ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।
— Naveen Patnaik (@Naveen_Odisha) April 18, 2022
ଅନ୍ୟପକ୍ଷେ, ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।ସେ ଲେଖିଛନ୍ତି, ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।
ଶ୍ରୀଯୁକ୍ତ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ । ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।
— Narendra Modi (@narendramodi) April 18, 2022
ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି। ଓଡ଼ିଶା ସଂଗୀତ ଦୁନିଆର କିମ୍ବଦନ୍ତୀ ପୁରୁଷ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ ବୋଲି ଟ୍ୱିଟ କରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ । ସେହିପରି ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଆଜି ସନ୍ଧ୍ୟାରେ ରାଷ୍ଟ୍ରୀୟ ସମ୍ମାନ ସହ ସ୍ଵର୍ଗତ କରଙ୍କ ଶେଷକୃତ୍ୟ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।