ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନା ଆକ୍ରାନ୍ତ ଚିହ୍ନଟ ଓ ୫୬ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୩୮୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୯,୯୭୪ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୫୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌–୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୦୬୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌–୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨୩୧ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୪,୪୭୯। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩୪୩୩।

 

Related posts

ହାଇକୋର୍ଟର ଦ୍ୱାରସ୍ତ ହେଲେ କେଜ୍ରିୱାଲ

mahabharatanews

ଏକନାଥ ସିନେ୍ଧଙ୍କ ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ

mahabharatanews

୧୮ ରେ ବିସିସିଆଇର ସଭାପତି ନିର୍ବାଚନ

mahabharatanews