ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୦୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କ ରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୦୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୯ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୦୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୬୮,୭୯୯ରେ ପହଞ୍ଚିଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୦୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୬୮,୭୯୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୯ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୬୯୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୫୬୩ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୨୮,୧୨୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୯୮୦।

Related posts

ଯବାନ ଗୁଳିରେ ଟଳିଲେ ୬ନକ୍ସଲ

mahabharatanews

ବିମାନରେ ୧୦୦ ଯାତ୍ରୀ କରୋନା ପଜିଟିଭ

mahabharatanews

 ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ

mahabharatanews