ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୮୮ କରୋନା ଆକ୍ରନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୦ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୭୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୭୫,୮୬୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୬୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୮୦୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୭୫୫ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୩୩,୩୭୭। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୮୬୮୪।

 

 

Related posts

ପରଲୋକରେ ସ୍ୱାମୀ ସ୍ମରଣାନନ୍ଦ

mahabharatanews

ଖୁବଶୀଘ୍ର ବାହାରିବେ ୪୧ ଶ୍ରମିକ , ଆମ୍ବୁଲାନ୍ସ  ନିୟୋଜିତ 

mahabharatanews

ବାତ୍ୟା ‘ମୋକା’ : ୧୦୦ରୁ ଅଧିକ ଲୋକ ନିଖୋଜ

mahabharatanews