ଓଡିଶା

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ : ଆଇନ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ୩୪ଟି ନୂଆ କୋର୍ଟ ପ୍ରତିଷ୍ଠା ହେବ । ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ସରକାର ସ୍ଥିର କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ଏନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତାସମ୍ପନ୍ନ କମିଟି ବୈଠକ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି । ଏହା ମାନ୍ୟବର ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ। କମିଟିରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଆଇନ ସଚିବ ପ୍ରତାପ କୁମାର ପାତ୍ର ଯୋଗ ଦେଇଥିଲେ । ଏହି କମିଟି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ପ୍ରତିଷ୍ଠାପାଇଁ ଅନୁମୋଦନ କରିଥିବାବେଳେ ଅନ୍ୟ ୭ଟି ଜିଲ୍ଲା ଏବଂ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରୀ ଦେଇଛନ୍ତି । ଏଥି ମଧ୍ୟରେ ଭୁବନେଶ୍ୱରରେ ଦୁଇଟି, ବାଲେଶ୍ୱର ଜିଲ୍ଲାର ସୋରୋ ଓ ଜଳେଶ୍ୱରରେ ଗୋଟିଏ କରି ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କେରାପୁଟ ଏବଂ ଗଜପତି ଜିଲ୍ଲାର ଆର.ଉଦୟଗିରି ଠାରେ ରହିଛି ।

ଅନୁରୂପ ଭାବେ ୫ଟି ସିଭିଲ ଜଜ କୋର୍ଟକୁ ଅନୁମୋଦନ କରାଯାଇଛି । ଏଗୁଡିକ ନୟାଗଡ ଜିଲ୍ଲାର ରଣପୁର, କଟକ ଜିଲ୍ଲାର ନରସିଂହପୁର ଏବଂ ବଡମ୍ବା, ଗଞ୍ଜାମ ଜିଲ୍ଲାର ସୋରଡା ଏବଂ ସୋନପୁର ଜିଲ୍ଲାର ରାମପୁର ଠାରେ ହେବ । ଏଗାରଟି ସ୍ଥାନରେ ସିଭିଲ ଜଜ କୋର୍ଟ ସ୍ଥାପନ ହେବ । ଏଗୁଡିକ ବଲାଙ୍ଗିର ଜିଲ୍ଲାର ତୁଷରା, ଢେଙ୍କାନାଳ, ବାଲେଶ୍ୱର ଜିଲ୍ଲାର ସୋରୋ, ସିମୁଳିଆ, ବାହାନାଗା ଏବଂ ଜଳେଶ୍ୱର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, ଦେବଗଡ ଜିଲ୍ଲାର ବାରକୋଟ, ଜଗତ୍ସିୋଂହପୁର ଜିଲ୍ଲାର ନାଉଗାଁ ଏବଂ କନ୍ଧମାଳ ଜିଲ୍ଲାର କେ.ନୂଆଗାଁ ଏବଂ ଖଜୁରୀପଡାରେ ପ୍ରତିଷ୍ଠା ହେବ ।

Related posts

ଓକିଲ ସଂଘର ନୂତନ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

mahabharatanews

ରାଜ୍ୟରେ ରହିଛି ପର୍ଯ୍ୟାପ୍ତ ଆଇସୋଲେସନ ୱାର୍ଡ: ଯୋଗୀ

mahabharatanews

ମୋହନ ସରକାରଙ୍କ ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳ, ୨୦ ନୂଆ ଜିଲ୍ଲାପାଳ ନିଯୁକ୍ତ

mahabharatanews