ଓଡିଶା

ବର୍ଷା ସମ୍ଭାବନା : ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ରାଜ୍ୟର ୨୪ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଗୋଟିଏରୁ ଦୁଇଟି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବହିବାର ସମ୍ଭାବନା ରହିଛି। ସୂଚନାନୁଯାୟୀ , ବାଲେଶ୍ବର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧ। ପୁରୀ, ନୟାଗଡ, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ଝାରସୁଗୁଡା ସମ୍ବଲପୁର , ଦେବଗଡ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡାରେ କାଳବୈଶାଖୀ ସମ୍ଭାବନା ରହିଛି।

Related posts

ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା :ମତ୍ସ୍ୟଜିବୀଙ୍କୁ ସମୁଦ୍ର ମନା  

mahabharatanews

ବଢୁଛି ଶୀତ ; ଉଦୟଗିରିରେ ସ‌ର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରି ରେକର୍ଡ 

mahabharatanews

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

mahabharatanews