ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୦୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୦୭ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨୯ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୨୦୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୦୫,୪୦୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୯ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୦୯୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୪୧୦ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୬୦,୯୦୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦୪୦୩।

Related posts

୨୦୨୪ ସାଧାରଣ ନିର୍ବାଚନ ଲାଗି ବିଜେପିର ପ୍ରସ୍ତୁତି 

mahabharatanews

ତମାଖୁ ବିକ୍ରିକୁ ନେଇ ଜୁନ ୧ରୁ ନୂଆ ନିୟମ ଜାରି

mahabharatanews

ଏବେ ବି ପାକିସ୍ତାନ ଉପରେ ଆର୍ଥିକ ଚାପ ପକାଉଛି ଅପରେସନ ସିନ୍ଦୁର

mahabharatanews