ଓଡିଶା

ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସ୍ଥିତ ଡି ଆର ଡି ଏ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର  ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେନ୍ଦ୍ର କୁମାର ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ଜନିତ ୩୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୯ ଗୋଟି,ସାମୁହିକ ଦରଖାସ୍ତ 0୨ଗୋଟି ରହିଥିବା ବେଳେ, 0୧ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୩୨ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର 0୭ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ ) ସୂର୍ଯ୍ୟ ନାରାୟଣ ଦାଶ, ପିଡି ଡିଆରଡିଏ ଡୋଳାମଣି ପଟେଲ, ଉପ- ଜିଲ୍ଲାପାଳ, ସୋନପୁର ନିହାର ରଞ୍ଜନ କଁହର , ଡି ଏମ ଓ -ଏମ ଏସ -ଡ଼ଃ ପ୍ରଦୀପ କୁମାର ଗୁରୁ, ଆର ଡବ୍ଲୁ ଏସ ଏସ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଇଂ ବିଭୁ ପ୍ରସାଦ ପଣ୍ଡା, ପି.ଡବ୍ଲୁ.ଡି-କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ,ପି.ଏଚ.ଡି ନିର୍ବାହୀ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ଆର ଡି-, ଡି.ଇ.ଓ. ଲକ୍ଷ୍ମଣ ଭୋଇ, ସୋନପୁର ବ୍ଲକ ଅଧ୍ୟକ୍ଷ,ଶ୍ରୀ ପ୍ରହଲ୍ଲାଦ ନାୟକ, ବିଡ଼ିଓ ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ,ନିର୍ବାହୀ ଅଧିକାରୀ ସୋନପୁର ମ୍ୟୁନିସିପାଲିଟି-ସୂର୍ଯ୍ୟଂlଶୁ ରୁଟ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର,ସୋନପୁର ବ୍ଲକ ଓ ମ୍ୟୁନିସିପାଲିଟି ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

 

Related posts

ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍‌ ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି

mahabharatanews

ଆଜିଠୁ ଶ୍ରୀମନ୍ଦିରରେ ଚନ୍ଦନ ଯାତ୍ରା

mahabharatanews

ସରକାରୀ ସହାୟତା ପରେ ହିଁ ବୃକ୍ଷରୋପଣ ସମ୍ଭବ

mahabharatanews