ଓଡିଶା

ବାତ୍ୟା ଅପଡେଟ: ଦୁର୍ବଳ ହେଉଛି ଅସାନି, ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ କରୁଛି ଗତି

ଭୁବନେଶ୍ୱର: ଦୁର୍ବଳ ହେଉଛି ବାତ୍ୟା ଅସାନି। ସନ୍ଧ୍ୟାରେ ଅସାନି ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହେବ। ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଗତି କରୁଛି । ବର୍ତ୍ତମାନ ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୪୯୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା ଅସାନି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତିପଥ ବଜାୟ ରଖିବା ସହ ଆଜି ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଉତ୍ତର-ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପହଞ୍ଚିବାର ସମ୍ଭାବନା ରହିଛି । ଓଡିଶା ଉପକୂଳ ହେବା ବେଳକୁ ବାତ୍ୟା ଗଭୀର ଅବପାତ କିମ୍ବା ଅବପାତ ରେ ପରିଣତ ହୋଇସାରିଥିବ।

ବାତ୍ୟା ଅତିକ୍ରମ କରିବା ସମୟରେ ଗୋପାଳପୁର ଠାରୁ ୭୮ କିମି ଏବଂ ପୁରୀ ଠାରୁ ୧୫୩ କିମି ଦୂରରେ ରହିବ। ସେହିଭଳି ଅସାନି ପ୍ରଭାବରେ ଭୁବନେଶ୍ୱରରେ ବର୍ଷା ହେବାର ସମ୍ଭାବନା ରହିଛି। ଅସାନି ପ୍ରଭାବରେ ଆଜିଠାରୁ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ କାଁ ଭାଁ ବର୍ଷା ଦେଖିବାକୁ ମିଳିଛି। ବାତ୍ୟା ଅସାନି ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ୭ ରୁ ୧୧ ସେମି ବର୍ଷା ସମ୍ଭାବନା ରହିଛି ।ଆସନ୍ତାକାଲି ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ଉପକୂଳର ଅଳ୍ପ କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ ।ଅନ୍ୟପକ୍ଷେ ରାଜ୍ୟକୁ ପବନର ମଧ୍ୟ ଡର ନାହିଁ । ଓଡ଼ିଶା ଉପକୂଳ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।ଗୋପାଳପୁର ବନ୍ଦର ପାଇଁ ୩ନମ୍ବର ବିପଦ ସଂକେତ ଜାରି କରାଯାଇଥିବା ବେଳେ ପୁରୀ, ଚାନ୍ଦବାଲି/ଧାମରା ଏବଂ ପାରାଦ୍ୱୀପ ବନ୍ଦର ପାଇଁ ୨ନମ୍ବର ବିପଦ ସଂକେତ ଜାରି କରାଯାଇଛି ।

Related posts

ବେଧଡକ ବାଲି ଚାଲାଣକୁ ବନ୍ଦ କଲେ ଗ୍ରାମବାସୀ

mahabharatanews

୧୨ରେ ବଣ୍ଡାଘାଟିରେ ‘ଲକ୍ଷ୍ମୀ’ ଯୋଜନା

mahabharatanews

ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

mahabharatanews