ଭାରତ

ଦେଶରେ କରୋନା ଭାଇରସ୍‌ ହ୍ରାସ ହେଉଛି

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ୍‌ ଜନିତ ସଂକ୍ରମଣ ସଂଖ୍ୟା ଯଥେଷ୍ଟ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଅନୁଯାୟୀ , ପଜିଟିଭିଟି ହାର ୫.୯୯% ହୋଇଥିବାବେଳେ ସାପ୍ତାହିକ ସଂକ୍ରମଣହାର ୪.୧୮% ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ଜାତୀୟସ୍ତରରେ ସୁସ୍ଥତାହାର ୯୮.୫୦% ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୬୭୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୬୭୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୬,୩୯,୩୨୯ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୪୫୪ରେ ପହଞ୍ଚିଛି। ରେକର୍ଡ ହୋଇଥିବା ୨୬ ମୃତ୍ୟୁରୁ ୧୮ଟି କେରଳର ହୋଇଥିବା ବେଳେ ପଶ୍ଚିମବଙ୍ଗର ୪ଟି, ଦିଲ୍ଲୀର ୨ଟି ଏବଂ ଆନ୍ଧ୍ରପ୍ରଦେଶ ଓ ହିମାଚଳ ପ୍ରଦେଶର ଗୋଟିଏ ଲେଖାଏଁ ବୋଲି ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୬୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୯,୮୩୧,୬୨।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୨୩ ବୃଦ୍ଧି ପାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୦,୭୧୩ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୮,୮୮,୭୭,୫୩୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୬୮,୮୮,୯୮୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୭୮,୨୬୬ଟି ନମୁନା।

Related posts

ଆଲାଏନ୍ସ ଏୟାରକୁ ସରକାର ଦେବେ ୩୦୦ କୋଟି ପାଣ୍ଠି

mahabharatanews

ଆତଙ୍କବାଦୀଙ୍କ ଗୁଳିମାଡ଼ରେ ସେନା ଯବାନ ଆହତ

mahabharatanews

କାଶ୍ମୀର: ଷ୍ଟେସନ, ବସ ଷ୍ଟପରେ ପ୍ରବାସୀ ଶ୍ରମିକଙ୍କ ଭିଡ

mahabharatanews