ଭାରତ

ଦେଶରେ ଦୈନିକ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ବୃଦ୍ଧି ପାଉଛି

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା କିଛି ପରିମାଣରେ ବୃଦ୍ଧି ପାଉଛି ।  ସବୁଠୁ ଅଧିକ ସକ୍ରିୟ ଆକ୍ରନ୍ତଙ୍କ ସଂଖ୍ୟା ଥିବା ରାଜ୍ୟଗୁଡ଼ିକ ମଧ୍ୟରେ ରହିଛି, ଆନ୍ଧ୍ରପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ଦିଲ୍ଲୀ, ଗୁଜରାଟ, ହରିୟାଣା, ହିମାଚଳ ପ୍ରଦେଶ, ଜମ୍ମୁ ଓ କଶ୍ମୀର, ଝାଡ଼ଖଣ୍ଡ, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଓଡ଼ିଶା, ପଞ୍ଜାବ, ତାମିଲନାଡୁ, ତେଲେଙ୍ଗାନା, ଉତ୍ତର ପ୍ରଦେଶ ଓ ପଶ୍ଚିମବଙ୍ଗ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୧,୮୮୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୦ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୧,୮୮୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୮,୪୭,୦୬୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୬୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୯୩୦ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୧,୨୧୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୧,୭୧୬,୫୩।ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୯,୪୮୨ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାନୁସାରେ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସମୁଦାୟ ସଙ୍କ୍ରମଣର ୦.୩୪% ଥିବା ବେଳେ ଜାତୀୟ ସୁସ୍ଥତା ହାର ୯୮.୪୬% ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୧,୩୦,୯୭,୮୧୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୧୬,୫୬,୨୦୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୯୫,୩୫୯ଟି ନମୁନା।

Related posts

ଦୁର୍ଘଟଣା ଏଡାଇବାକୁ ଗାଡିରେ ଲଗାଯିବ ସେନସର

mahabharatanews

ଏବେ ବି ଟନେଲ ଭିତରେ ୪୦ ଶ୍ରମିକ, ଆମେରିକାରୁ ଆସିଲା ଡ୍ରିଲ୍ ମେସିନ୍

mahabharatanews

ଆହୁରି ବଢିବ ଟମାଟୋ ଦର

mahabharatanews