ଓଡିଶା

ଗୃହରକ୍ଷୀଙ୍କ ପାଇଁ ଖୁସି ଖବର, ବଢିଲା ଡ୍ୟୁଟି ଭତ୍ତା

ଭୁବନେଶ୍ବର: ଗୃହରକ୍ଷୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାର ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ପୂର୍ବରୁ ଗୃହରକ୍ଷୀମାନଙ୍କୁ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିବା ବେଳେ ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ବାରା ସେମାନଙ୍କୁ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ଭାବରେ ମାସିକ ୧୨,୨୮୦ ଟଙ୍କା ମିଳିବ। ଏହା ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ପୂର୍ବଭଳି ମିଳିବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।

Related posts

ବିଶ୍ୱରେ ଭାଇରଲ ହେଇଥିବା କିଲି ପଲଙ୍କୁ ମରଣାତ୍ମକ ଆକ୍ରମଣ

mahabharatanews

ବାଲୁକା କଳାରେ “ମେରା ପେହଲା ଭୋଟ୍ ଦେଶ କେ ଲିୟେ” 

mahabharatanews

ରାଜଧାନୀରେ ୨୦୨୦ରେ ଅପରାଧ ସଂଖ୍ୟା ପୂର୍ବ ବର୍ଷ ତୁଳନାରେ କମ ରହିଛି

mahabharatanews