ଓଡିଶା

ରାଜ୍ୟରେ ଆସନ୍ତା ତିନି ଦିନ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା  ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ଆଜି ଠାରୁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଆସନ୍ତା ତିନି ଦିନ ବର୍ଷିବ। ତେବେ ବର୍ଷାର ପରିମାଣ ୧୯ ତାରିଖରେ ଅଧିକ ରହିବ। ୧୮ ତାରିଖରେ ୧୯ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, କଳାହାଣ୍ଡି ଏବଂ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ୧୯ ତାରିଖରେ ୧୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାର ଜିଲ୍ଲା ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି।

Related posts

ହିଟୱେଭ୍ : ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 

mahabharatanews

ପୋଡଙ୍ଗ ଗ୍ରାମକୁ ବିଶୋଧନ କଲେ ବିଜେଡି ଯୁବ ନେତା

mahabharatanews

ବାଲେଶ୍ୱର ଜିଲ୍ଲାରେ କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

mahabharatanews