ଭାରତସ୍ୱାସ୍ଥ୍ୟ

ଦେଶରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି ; ୧୦,୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ତେବେ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଓ ୩୬ମୃତ୍ୟୁ ରେକର୍ଡ କରାଯାଇଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୨.୬୨% ଏବଂ ସାପ୍ତାହିକ ପଜିଟିଭିଟି ହାର ୩.୩୨% ଥିବା ଜଣାପଡ଼ିଛି। ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୩,୬୮,୧୯୫ରେ ପହଞ୍ଚିଛି।ଏଥିରେ କେରଳ ପିଛିଲା ଭାବେ ୪ଜଣଙ୍କ ମୃତ୍ୟୁ ସଂଯୋଗ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୭,୪୪,୩୦୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୫୯% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୬,୪୪୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୨% ଏବଂ ଅଳ୍ପ କିଛି ଦିନ ହେବ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ତଳକୁ ରହୁଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୦,୫୮,୮୩,୬୮୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Related posts

 ବିଜେପି ଛାଡିବାକୁ ଗଡକରୀଙ୍କୁ ପ୍ରସ୍ତାବ

mahabharatanews

ଭୁକମ୍ପରେ ଥରିଲା  ହିମାଚଳ ପ୍ରଦେଶ

mahabharatanews

ବାଂଲାଦେଶର ଟ୍ରେନରେ ଅଗ୍ନିକାଣ୍ଡ, ୪ ମୃତ

mahabharatanews