ଓଡିଶା

୨୪ ଘଣ୍ଟା ମଧ୍ୟରେ ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାୟରେ ଆଜି ଦୈନିକ କରୋନା ସଂକ୍ରମଣ ବଢ଼ିଛି। ଗତକାଲି ୨୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୪୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏହାସହ ୮୦ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୬, ୧୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୪, ୭୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୧୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related posts

ଝୁଲନ୍ତା ଅବସ୍ଥାରେ ଗଛରୁ ଯୁବକଙ୍କ ମୃତ ଶରୀର ଉଦ୍ଧାର

mahabharatanews

ଜଗଦୀପ ଧନଖଡ଼ ଦାଖଲ କଲେ ନାମାଙ୍କନ ପତ୍ର

mahabharatanews

ଓଏଏସ ସ୍ତରରେ ବଡଧରଣର ଅଦଳବଦଳ

mahabharatanews