ଓଡିଶା

ଆଜି ୨୮୯ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଆଜି ବି ଦୈନିକ କରୋନା ସଂକ୍ରମଣ ତଳମୁହାଁ ରହିଛି । ଆଜି ୨୮୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୨୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୬, ୬୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୫, ୪୫୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୮୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

Related posts

ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ପାଇଁ ଆଜି ଲୋକସେବା ଭବନ ରେ ବସିବ ପ୍ରସ୍ତୁତି ବୈଠକ

mahabharatanews

ଆସନ୍ତାକାଲି ଅନୁଷ୍ଠିତ ହେବ ଏଏସଓ ପରୀକ୍ଷା

mahabharatanews

ମାଲକାନଗିରିରେ ବନ୍ୟା ସ୍ଥିତି; ପୋଲ ଉପରେ ପାଣି

mahabharatanews