ଓଡିଶା

ରାଜ୍ୟରେ ଆଜି ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୮, ୬୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୧୭, ୬୮୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୭୨୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

Related posts

ଦିବ୍ୟାଙ୍ଗଙ୍କୁ ୟୁଡିଆଇଡି କାର୍ଡ ପ୍ରଦାନ ପ୍ରକ୍ରିୟାକୁ ତତ୍ପର କରିବାକୁ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର…

mahabharatanews

ନଦୀରୁ ବସ୍ତାରେ ବନ୍ଧା ୨ ମୃତଦେହ ଉଦ୍ଧାର

mahabharatanews

ରାଜ୍ୟରେ କରୋନା ସଂକ୍ରମଣ ଶହେ ତଳେ ରହିଛି : ୬୭ ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews