ଓଡିଶାପାଣିପାଗ

ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ରହିଛି ବର୍ଷ ସମ୍ଭାବନା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି ଆସନ୍ତା ୪ରୁ ୫ ଦିନ ରାଜ୍ୟର ୨୩ଟି ଜିଲ୍ଲାରେ ପ୍ରବଳ ଛେଚିବ ବର୍ଷା । ଏହାର ସୂଚନା ଦେଇଛି ପାଣିପାଗ କାର୍ଯ୍ୟାଳୟ ।ସୂଚନାନୁସାରେ , ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି। ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଉ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ ବୋଲି ଅନୁମାନ କରାଯାଉଛି।

ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଯାହା ଫଳରେ ଉତ୍ତର ଭାରତରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Related posts

ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ମୃତ୍ୟୁସଂଖ୍ୟା ୫୬ରେ ପହଞ୍ଚିଲା

mahabharatanews

ଫସିଥିବା ୭ ମତ୍ସ୍ୟଜୀବୀ ସୁରକ୍ଷିତ ଉଦ୍ଧାର

mahabharatanews

ବ୍ରହ୍ମପୁର ବିଏମସି କାର୍ଯ୍ୟାଳୟର କର୍ମଚାରୀ କରୋନାରେ ମୃତ୍ୟୁ

mahabharatanews