ଓଡିଶାପାଣିପାଗ

୧୦ ଓ ୧୧ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜିଠୁ ଭିଜିବା ସାରା ରାଜ୍ୟ। ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ହୋଇଛି । ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।ଏହା ପ୍ରଭାବରେ ରାଜ୍ୟରେ ୧୨ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୦ ଓ ୧୧ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ।

ସୂଚନାନୁସାରେ , ଆଜି ୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

 

Related posts

ମୁଖ୍ୟମନ୍ତ୍ରୀଙ୍କୁ ପୁରୀ ଯୁବ କଂଗ୍ରେସର ବିରୋଧ

mahabharatanews

୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ବର୍ଷା ସମ୍ଭାବନା

mahabharatanews

ରଥଯାତ୍ରା ବନ୍ଦ ବେଳେ ଉଦଳା ଜଗନ୍ନାଥ ମନ୍ଦିରରେ ଶ୍ରୀ ଜୀଉଙ୍କ ପୂଜାର୍ଚ୍ଚନା

mahabharatanews