ଓଡିଶାପାଣିପାଗ

ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢିବା ବର୍ଷାର ପରିମାଣ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ସକ୍ରିୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ପ୍ରଭାବରୁ ଅଧିକରୁ ଅଧିକ ବର୍ଷାର ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ସୂଚନାନୁସାରେ , ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ସକ୍ରିୟ ଲଘୁଚାପ କ୍ଷେତ୍ରରେ ପରିଣତହେବ ଫଳରେ ରାଜ୍ୟରେ ବଢିପାରେ ବର୍ଷାର ପରିମାଣ। ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ଖୋର୍ଦ୍ଧା, ନୟାଗଡ଼, କଟକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ। ସେହିପରି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ।ଏସବୁ ଜିଲ୍ଲା ଗୁଡିକର ଜିଲ୍ଲାପାଳ ମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ପାଣିପାଗ ବିଭାଗ ।

Related posts

ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପ୍ରକାଶ ପାଇଲା ବିଜ୍ଞପ୍ତି: ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ୧୮ରେ ଯାଞ୍ଚ

mahabharatanews

ପୁଣି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

mahabharatanews

ରାଜ୍ୟରେ ବଢିବ ତାତି 

mahabharatanews