ଓଡିଶା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ଗତକାଲି ୨୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ସେହିପରି ରାଜ୍ୟରେ ଆଜି ୨୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related posts

ମୁଖ୍ୟମନ୍ତ୍ରୀ- ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ରଥଯାତ୍ରା ସମ୍ପର୍କିତ ଆଲୋଚନା

mahabharatanews

ରାଜ୍ୟରେ ଗଡ଼ୁନି ବସ, ନାହିଁନଥିବା ହଇରାଣରେ ଯାତ୍ରୀ  

mahabharatanews

ବୋଲଗଡ ବ୍ଲକର ପଞ୍ଚାୟତ ସ୍ତରୀୟ ସଂଘର ମହିଳା ମାନଙ୍କ ତରଫରୁ ମାଗଣାରେ ମାକ୍ସ ବଣ୍ଟନ

mahabharatanews