ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ ବଢିଛି : ୨୨୨ ଜଣ କରୋନା ପଜିଟିଭ ଚିହ୍ନଟ

 

ଭୁବନେଶ୍ୱର : ପୁଣି ରାଜ୍ୟରେ କାରଣ ସଂକ୍ରମଣ ବଢ଼ିବାରେ ଲାଗିଛି । ଯାହା ବର୍ତ୍ତମାନ ୨ ଶହ ଉପରେ ରହିଛି। ଗତକାଲି ୨୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଜଣ ଚିହ୍ନଟ ହୋଇଛନ୍ତି। ଆଜି ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୧, ବରଗଡ଼ରୁ ୬, ଭଦ୍ରକରୁ ୧, ବଲାଙ୍ଗୀର ଜିଲ୍ଲାରୁ ୩, କଟକରୁ ୨୩ ଜଣ, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୫, ଗଞ୍ଜାମରୁ ୩, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୮, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୫୧, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୩, ନୟାଗଡ଼ ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୨, ପୁରୀରୁ ୧୨ ଜଣ, ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ଆସନ୍ତା ୨୬ ତାରିଖରେ ସୁବର୍ଣ୍ଣପୁର ଜିଲ୍ଲା ଡାକ୍ତରଖାନା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

mahabharatanews

ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ବର୍ଷିଲେ ପାଣ୍ଡିଆନ୍

mahabharatanews

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ

mahabharatanews